‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ରାଜ୍ୟ ଅର୍ଥ କମିଶନଙ୍କ ରିପୋର୍ଟ ପ୍ରଦାନ

ଭୁବନେଶ୍ୱର:  ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି, ଯାହା ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର ଅର୍ଥ କମିଶନ (CFC) ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, ପରିମଳ, ରାସ୍ତା ଆଲୋକୀକରଣ, ପାର୍କ ଏବଂ ସାଧାରଣ ଉପଯୋଗୀତା ଇତ୍ୟାଦି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ବିଷୟରେ ପ୍ରକୃତ ସୂଚନା ପ୍ରଦାନ କରିବ । ନାଗରିକ, ନିର୍ବାଚିତ ପ୍ରତିନିଧି କିମ୍ବା ଯେକୌଣସି ବ୍ୟକ୍ତି https://samikshya.odisha.gov.in ଲିଙ୍କ୍ ମାଧ୍ୟମରେ ପୋର୍ଟାଲରେ ପ୍ରବେଶ କରି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ପ୍ରଗତି ତଦାରଖ କରିପାରିବେ ।

ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଆର୍ଥିକ ମାନଦଣ୍ଡ, ପଞ୍ଚାୟତ ସ୍ତରର ଢାଞ୍ଚା ପରିବର୍ତ୍ତନ, ଜନସାଧାରଣଙ୍କ ଜୀବନଧାରଣାର ମାନ ବୃଦ୍ଧି, ପ୍ରତ୍ୟେକ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସ୍ଥିତି ସୁଧାରିବାକୁ ତତ୍‌ସହିତ ସମୃଦ୍ଧ ଓଡ଼ିଶାର ଭିତ୍ତି ସୁଦୃଢ଼ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ସୂଚନା ଯୋଗ୍ୟଯେ, କମିଶନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ରିପୋର୍ଟରେ ଏକ ପୂର୍ବାନୁମାନଯୋଗ୍ୟ ଏବଂ ସୂତ୍ର-ଭିତ୍ତିକ ବ୍ୟବସ୍ଥା ମାଧ୍ୟମରେ ସ୍ଥାନୀୟ ସଂସ୍ଥାଗୁଡ଼ିକର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ସମାନତା ବିଚାର, ଆଞ୍ଚଳିକ ବୈଷମ୍ୟ, ଗ୍ରାମୀଣ ଏବଂ ସହରାଞ୍ଚଳର ସ୍ଥାନୀୟ ପୃଥକ ଆବଶ୍ୟକତା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । କମିଶନ ସ୍ଥାନୀୟ ସଂସ୍ଥାଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ଆର୍ଥିକ ଏବଂ ଅଣ-ଆର୍ଥିକ ଉଭୟ ସୁପାରିଶ କରିଛନ୍ତି।

ଆଜିର ଏହି ବୈଠକରେ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର-ତଥା-ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ ମିଶ୍ର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ସଚିବ ଶ୍ରୀ ଵିଶାଲ ଦେବ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ସଚିବ ଶ୍ରୀ ଗିରିଶ ଏସ.ଏନ ପ୍ରମୁଖ ଉପସ୍ଥିତ ଥିଲେ । କମିଶନ ର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ ।

ଏହି ଅବସରରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ (SFC) ସଦସ୍ୟ ପ୍ରଫେସର ଅସିତ ରଞ୍ଜନ ମହାନ୍ତି ଏବଂ ଡକ୍ଟର ବିଭୁ ପ୍ରସାଦ ନାୟକଙ୍କ ସହିତ; ସଦସ୍ୟ ସଚିବ- ଡକ୍ଟର ସତ୍ୟ ପ୍ରିୟ ରଥ, ପଦାଧିକାରୀ ସଦସ୍ୟ-ତଥା- ନିର୍ଦ୍ଦେଶକ, ପୌର ପ୍ରଶାସନ ଶ୍ରୀ ଅରିନ୍ଦମ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ ।

Hindustan Tales Odisha
Author: Hindustan Tales Odisha

Hindustan Tales Odisha brings you the latest news, Breaking News from Odisha, India and around the world.Stay informed with breaking News,24*7 Updates.

Latest Stories