ବାରବାଟି ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

ବାରବାଟି ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

କଟକ: ଆସନ୍ତା 9 ତାରିଖରେ ବାରବାଟି ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ T20 ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଷ୍ଟାଡିୟମ୍‌ ପରିସରରେ ସମଗ୍ର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଷ୍ଟାଡିୟମ ପରିସରରେ ଖେଳାଳି ଓ ଦର୍ଶକଙ୍କ ସୁରକ୍ଷା, ଜନ ଗହଳି ନିୟନ୍ତ୍ରଣର ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଏହାସହ ଷ୍ଟାଡିୟମ ପରିସରରେ ଖେଳାଳି ଏବଂ ଦର୍ଶକଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି ।

ଏହା ସହ ପାର୍କିଂ ଓ ଟ୍ରାଫିକ୍‌ର ସୁପରିଚାଳନା, ପ୍ରବେଶ ଓ ପ୍ରସ୍ଥାନ ପଥରେ କଡା କଡ଼ି ଚେକିଂ, CCTV surveillance, anti-sabotage ଦ୍ଵାରା ଯାଞ୍ଚ, ପୁଲିସ ବ୍ୟବସ୍ଥା, ଖେଳାଳିଙ୍କ ଆଗମନ ଓ ପ୍ରସ୍ଥାନ ସମୟରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ। ଚଳିତ ବର୍ଷ ଓଡ଼ିଶା କ୍ରିକେଟ ଆସୋସିଏସନ ତରଫରୁ ସୁନ୍ଦର ବ୍ୟବସ୍ଥା କରାଯାଇଛି ଏବଂ କ୍ରିଡାପ୍ରେମୀ ମାନେ ଏକ ସୁନ୍ଦର ଅନୁଭୂତି ନେଇ ଖେଳ ଉପଭୋଗ କରିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଥିଲେ। ବିଗତ ଦିନରେ ଏହି ଷ୍ଟାଡିୟମରେ ବହୁ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହୋଇଛି। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦର୍ଶକମାନେ ସବୁକ୍ଷେତ୍ରରେ ସହଯୋଗ କରିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଥିଲେ। ମ୍ୟାଚ ଆରମ୍ଭ ହେବାର ୩ ରୁ ୪ ଘଣ୍ଟା ପୂର୍ବରୁ ଦର୍ଶକ ଷ୍ଟାଡିୟମ ଆସିବାକୁ ଡିଜିପି ସୂଚନା ଦେଇଛନ୍ତି । ମ୍ୟାଚ୍‌କୁ ଶାନ୍ତିପୂର୍ଣ୍ଣ, ନିରାପଦ ଓ ଶୃଙ୍ଖଳିତ ଭାବେ ଆୟୋଜିତ କରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି ।

ଏହି ସମୀକ୍ଷା ସମୟରେ ଶ୍ରୀ ଏସ. ଦେବଦତ୍ତ ସିଂ, ପୋଲିସ କମିଶନର, ଭୁବନେଶ୍ଵର-କଟକ, ଶ୍ରୀ ନରସିଂହ ଭୋଳ, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ଵର-କଟକ, ଶ୍ରୀ ଖିଲାରୀ ଋଷିକେଶ ଦ୍ୟାନଦେଓ, ଡିସିପି, କଟକ ଙ୍କ ସମେତ ବହୁ ଉଚ୍ଚପଦସ୍ଥ ପୋଲିସ ଅଧିକାରୀ ଏବଂ OCA ର ପ୍ରତିନିଧି ଦଳ ଉପସ୍ଥିତ ଥିଲେ।

Hindustan Tales Odisha
Author: Hindustan Tales Odisha

Hindustan Tales Odisha brings you the latest news, Breaking News from Odisha, India and around the world.Stay informed with breaking News,24*7 Updates.

Latest Stories